MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପରଲୋକରେ ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ଶୋକ ବ୍ୟକ୍ତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ମୋ ଟିଭି ଓଡିଶା / ଭୁବନେଶ୍ୱର :

ପରଲୋକରେ ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ । ୯୫ବର୍ଷ ବୟସରେ ଗତକାଲି (ଶନିବାର) ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ଓଡ଼ିଶାର ରାଜ୍ୟପାଳ ଭାବେ ସେ ୨୦୦୭ ରୁ ୨୦୧୩ ଯାଏଁ କାର୍ଯ୍ୟ କରିଥିଲେ । ମୁରଲୀଧରଙ୍କ ବିୟୋଗରେ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି । ଭାରତୀୟ ଜାତୀୟ କଂଗ୍ରେସର ଏହି ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ଓଡ଼ିଶାର ୪୩ତମ ରାଜ୍ୟପାଳ ରୂପେ କାର୍ଯ୍ୟ କରିଥିଲେ । ୨୦୦୭ ମସିହା ଅଗଷ୍ଟ ୨୧ ତାରିଖରୁ ୨୦୧୩ ମାର୍ଚ୍ଚ ୯ ତାରିଖ ପର୍ଯ୍ୟନ୍ତ ସେ ରାଜ୍ୟପାଳ ଭାବେ କାର୍ଯ୍ୟ କରିଥିଲେ । ଏହା ପୂର୍ବରୁ ସେ ସକ୍ରିୟ ରାଜନୀତିରେ ଥିଲେ । କଂଗ୍ରେସରୁ ସେ ତିନିଥର ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲ ୧୯୮୦ ରୁ ୮୨, ୧୯୮୨ ରୁ ୧୯୮୮ ଓ ୧୯୮୮ ରୁ ୧୯୯୪ ରାଜ୍ୟସଭାକୁ ସେ ନିର୍ବାଚିତ ହୋଇଥିଲେ । ରାଜନୀତିକୁ ପ୍ରବେଶ କରିବା ପୂର୍ବରୁ ସେ ଆଇନଜୀବୀ ଭାବେ କାର୍ଯ୍ୟ କରିଛନ୍ତି । ସୁପ୍ରିମକୋର୍ଟରେ ଜଣେ ବରିଷ୍ଠ ଆଇନଜୀବୀ ସହ ସୁପ୍ରିମକୋର୍ଟ ବାର ଆସୋସିଏସନର ସେ ଦୁଇ ଥର ସଭାପତି ରୂପେ ମଧ୍ୟ ନିର୍ବାଚିତ ହୋଇଥିଲେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।