MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅତିଥି ଭବନ ପାଲଟିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ !

ମୋଟିଭି ଓଡିଶା ବ୍ୟୁରୋ :

ରାଜ୍ୟ ଅତିଥି ଭବନରୁ ରାଜ୍ୟ କାମ କରିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ଅତିଥି ଭବନର ପ୍ରଥମ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ କରାଯାଇଛି। ନୂଆ କାର୍ଯ୍ୟାଳୟ ହେବା ପର୍ଯ୍ୟନ୍ତ ସେହିଠାରେ ହିଁ ଚାଲିବ ରାଜ୍ୟ କାର୍ଯ୍ୟ। ପୁରୀରୁ ଫେରିବା ପରେ ରାଜ୍ୟ ଅତିଥି ଭବନରେ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ନଗର ଉନ୍ନୟନ ସଚିବ ଜି. ମାଥିଭାଥନନଙ୍କ ସହ ଆଲୋଚନା କରୁଛନ୍ତି । ବିଧାନସଭା ସଚିବ ଦାଶରଥୀ ଶତପଥୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଏହାସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ଦଳର ନେତାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି । ନିଜ ଜିଲ୍ଲାର ନେତା ମୁଖ୍ୟମନ୍ତ୍ରୀ ହୋଇଥିବାରୁ ମୋହନ ମାଝୀଙ୍କୁ ଭେଟିଛନ୍ତି ଘଷିପୁରା ବିଧାୟକ ।

ସୂଚନାଯୋଗ୍ୟ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କର କୌଣସି ନିର୍ଦିଷ୍ଟ ବଙ୍ଗଳା ତଥା କାର୍ଯ୍ୟାଳୟ ନାହିଁ। ଦୀର୍ଘ ୨୪ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଘର ନବୀନ ନିବାସରୁ ହିଁ ରାଜ୍ୟ ଶାସନ ଚଳାଇ ଆସୁଥିଲେ। ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ନିକଟରେ ଥିବା ସରକାରୀ ଭବନରେ ରହିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଉ ସେଠୁ ହିଁ କାର୍ଯ୍ୟାଳୟ ଚାଲିବ । ସେହିପରି ଲୋକସଭା ଭବନ କାର୍ଯ୍ୟାଳୟରେ କାର୍ଯ୍ୟ ଆରମ୍ଭ ହେବା ଯାଏଁ, ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ଚାଲିବ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।