ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ହରି ବାବୁ କମ୍ଭମ୍ପତି । ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ୟ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ସେ ୨୦୧୪ ଲୋକସଭା ନିର୍ବାଚନରେ ଆନ୍ଧ୍ରପ୍ରଦେଶର ବିଶାଖାପଟନମ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ଭାରତୀୟ ଜନତା ପାର୍ଟିରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ହରି ବାବୁ । ସେ ଆନ୍ଧ୍ରପ୍ରଦେଶ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମଧ୍ୟ ଥିଲେ । ହରି ବାବୁଙ୍କୁ ୨୦୨୧ ଜୁଲାଇ ୬ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି । ୧୯୯୧ରୁ ୧୯୯୩ ପର୍ୟ୍ୟନ୍ତ ହରି ବାବୁ ଭାରତୀୟ ଜନତା ପାର୍ଟିର ଆନ୍ଧ୍ରପ୍ରଦେଶ ରାଜ୍ୟ କାର୍ୟ୍ୟନିର୍ବାହୀ କମିଟିର ସଦସ୍ୟ ଥିଲେ। ପୁଣି ୧୯୯୩ରୁ ୨୦୦୩ ମଧ୍ୟରେ ଆନ୍ଧ୍ର ପ୍ରଦେଶର ସାଧାରଣ ସମ୍ପାଦକ ଭାବରେ କାର୍ୟ୍ୟ କରିଥିଲେ। ୧୯୯୯ରେ ହରି ବାବୁ ବିଶାଖାପାଟନମ୍ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ୨୦୦୩ରେ ଆନ୍ଧ୍ରପ୍ରଦେଶ ବିଜେପିର ବିଧାନସଭାର ନେତା ଭାବେ ଦଳ ଦାୟିତ୍ଵ ଦେଇଥିଲା । ୨୦୧୪ ମାର୍ଚ୍ଚରେ ସେ ବିଜେପିର ରାଜ୍ୟ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।