MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆସନ୍ତା ୧୭ ତାରିଖରୁ ରତ୍ନଭଣ୍ଡାର ମରାମତି ଆରମ୍ଭ

ଆସନ୍ତା ୧୭ ତାରିଖରୁ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବା ନେଇ ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ । ଦିନ ଗୋଟାଏରୁ ସନ୍ଧ୍ୟା ୫ଟା/୬ଟା ଯାଏଁ କାମ ଚାଲିବ । ତେବେ ଶନିବାର, ରବିବାର ଓ ବିଶେଷ ଦିନରେ ମରାମତି ନକରିବାକୁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ମରାମତି ଦିନ ମାନଙ୍କରେ ବାହାର କାଠ ନିକଟରୁ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ଭକ୍ତ । ରାତି ୧୧ଟା ୩୦ ସୁଦ୍ଧା ପହୁଡ କରାଯାଇ ରାତି ୨ଟାରେ ଦ୍ବାରଫିଟା ନୀତି ହେବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ରାଜ୍ୟ ସରକାରଙ୍କ ମାର୍ଗ ଦର୍ଶିକା ଅନୁସାରେ ମରାମତି କାମ ହେବ ଏବଂ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ । ମରାମତି କାମ ସରିବା ପରେ ଅସ୍ଥାୟୀ ରତ୍ନ ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତରଣ ହେବ ଏବଂ ପରେ ଗଣତି ମଣତି କାମ ଶେଷ ହେବ ।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।