February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କନ୍ଧମାଳ ସାଂସଦଙ୍କ ପୋଷ୍ଟର ଦୁର୍ବୃତ୍ତ ଚିରିଦେଲେ

କନ୍ଧମାଳ ସାଂସଦଙ୍କ ପୋଷ୍ଟର ଦୁର୍ବୃତ୍ତ ଚିରିଦେଲେ : ସିସିଟିଭି ଆଧାରରେ ତଦନ୍ତ ଆରମ୍ଭ

ବାଲିଗୁଡ଼ା,(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ କନ୍ଧମାଳ ସାଂସଦଙ୍କ ଏକ ଶୁଭେଚ୍ଛା ବାର୍ତ୍ତା ପୋଷ୍ଟର ଟିକୁ କୌଣସି ଦୁର୍ବୁତ୍ତ ମଙ୍ଗଳବାର ବିଳମ୍ବିତ ରାତ୍ରରେ ଚିରି ଦେଇଥିବା ନେଇ ବାଲିଗୁଡା ଥାନାରେ ଅଭିଯୋଗ ହୋଇଛି l

ଅଭିଯୋଗ କୁ ଆଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଶାରଦୀୟ ଦୁର୍ଗା ପୂଜା ଅବସରରେ ବାଲିଗୁଡା ସହର ସ୍ଥିତ ତ୍ରିବେଦୀ ପାର୍କ ନିକଟରେ ଶୁଭେଚ୍ଛା ବାର୍ତ୍ତାକୁ କେହି ଦୁର୍ବୃତ୍ତ ଚିରି ଦେଇଥିବା ନେଇ କନ୍ଧମାଳ ସାଂସଦଙ୍କ ବ୍ଲକ ପ୍ରତିନିଧି ରଞ୍ଜିତ କୁମାର ସାହୁ ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁଙ୍କୁ ଅଭିଯୋଗ କରିଛନ୍ତି l

ସିସିଟିଭି ଆଧାରରେ ଖୁବ୍‌ଶୀଘ୍ର ଦୁର୍ବୃତ୍ତଙ୍କୁ ଧରିବେ ବୋଲି ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ପ୍ରକାଶ କରିଛନ୍ତି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।