ଏଣିକି ମାସକୁ ମିଳିବ ୩୦୦୦। ଉପକୃତ ହେବେ ପି.ଏମ ପୋଷଣ (ମଧ୍ୟାହ୍ନ ଭୋଜନ) ଯୋଜନାରେ କାମ କରୁଥିବା ୧.୧୨ ଲକ୍ଷ ପାଚକ,ପାଚିକା । ଏଥିପାଇଁ ରାଜ୍ୟ ସରକାରଙ୍କୁ ବର୍ଷକୁ ଅତିରିକ୍ତ ୧୧୨ କୋଟି ଟଙ୍କା ବ୍ୟୟ କରିବାକୁ ପଡିବ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଷ୍ପତ୍ତି ନେଇଛନ୍ତି।
ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ୱାରା ରାଜ୍ୟରେ ନିୟୋଜିତ ହୋଇଥିବା ୧,୧୨,୦୯୦ ଜଣ ପାଚକ, ପାଚିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ। ଏମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦,୬୧୮ ସ୍କୁଲରେ ୪୨ ଲକ୍ଷ ୪୫ ହଜାର ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଛନ୍ତି।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଅମୃତ ଉଦ୍ୟାନ ।
୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି।