February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆସନ୍ତା ୨୬ରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ

ନୂଆଦିଲ୍ଲୀ : ଅଷ୍ଟାଦଶ ଲୋକସଭା ନିର୍ବାଚନ ପାଇଁ ସାରା ଦେଶ ଜାଗ୍ରତ ଥିବାବେଳେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରି ଆସନ୍ତା ୨୬ରେ ଦ୍ବିତୀୟ ପର୍ଯ୍ୟାୟ ଭୋଟଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ବୁଧବାର ସନ୍ଧ୍ୟା ସୁଦ୍ଧା ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୨ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୮୯ ଆସନ ପାଇଁ ଭୋଟଗ୍ରହଣ ବ୍ୟବସ୍ଥା କରାଯାଇଛି।

ଏହି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ହେଲା ଆସାମ, ବିହାର, ଛତିଶଗଡ, କର୍ଣ୍ଣାଟକ, କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ରାଜସ୍ଥାନ, ତ୍ରିପୁରା, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଜାମ୍ମୁ-କାଶ୍ମୀର। ଏହି ପର୍ଯ୍ୟାୟ ପାଇଁ ଉକ୍ତ ଦିନ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ। ୧୩ଟି ରାଜ୍ୟର ମତଦାତା ୧୨ ଶହ ୬ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରେ ରହିଛନ୍ତି ରାହୁଲ ଗାନ୍ଧୀ, ଅରୁଣ ଗୋବିଲ୍, ଶଶି ଥରୁର, ହେମାମାଳିନୀଙ୍କ ଭଳି ବହୁ ହେଭିୱେଟ୍। ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଗୃହମନ୍ତ୍ରୀ ଅମିତ ଶାହ ପ୍ରଚାରର ମଙ୍ଗ ଧିରିଥିବା ବେଳେ କଂଗ୍ରେସ ପକ୍ଷରୁ ସାଂସଦ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ପ୍ରଚାର କରୁଥିବା ଦେଖିବାକୁ ମିଳିଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।