February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଦେଶରେ ତୃତୀୟ ପର୍ଯ୍ୟାୟ ମତଦାନ ହେଉଛି।

ମୋଟିଭି ଓଡିଶା : ଆଜି ଦେଶରେ ତୃତୀୟ ପର୍ଯ୍ୟାୟ ମତଦାନ ହେଉଛି। ୧୦ ରାଜ୍ୟ ଓ ୨କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୯୩ଟି ଲୋକସଭା ଆସନରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଦେଇପାରିବେ ଜନତା। ନିଜର ମୂଲ୍ୟବାନ ଭୋଟ ଦେଇ ୧୩ଶହ ୩୧ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୧୭କୋଟିରୁ ଅଧିକ ଭୋଟର।

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗୁଜୁରାଟର ୨୫ଟି ସିଟ୍‌‌, କର୍ଣ୍ଣାଟକର ୧୪ଟି ସିଟ୍‌‌, ମହାରାଷ୍ଟ୍ରର ୧୧ଟି ସିଟ୍‌‌, ଉତ୍ତରପ୍ରଦେଶର ୧୦ଟି ସିଟ୍‌‌, ମଧ୍ୟପ୍ରଦେଶର ୮ଟି ସିଟ୍‌‌, ଛତିଶଗଡର ୭ଟି, ଗୋଆର ୨ଟି, ବିହାର ୫ଟି ଏବଂ ଆସାମ ଓ ପଶ୍ଚିମବଙ୍ଗା ୪ଟି ଲେଖାଏଁ ସିଟରେ ମତଦାନ ଗ୍ରହଣ କରାଯାଉଛି। ସେହିପରି କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ନଗର ହାଭେଳି ଓ ଦାମନ ଡିଉର ୨ଟି ସିଟରେ ମତଦାନ ଅନୁଷ୍ଠିତ ହେଉଛି। ତୃତୀୟ ପର୍ଯ୍ୟାୟରେ ଅହମ୍ମଦାବାଦାରେ ଭୋଟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନିସାନ ସେକେଣ୍ଡାରୀ ସ୍କୁଲରେ ମତଦାନ ସାବ୍ୟସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ। ଭୋଟ ଦେବା ପରେ ସେଠାରେ ଥିବା ଲୋକମାନଙ୍କୁ ଭେଟି ରେକର୍ଡ ସଂଖ୍ୟାରେ ମତଦାନ କରିବାକୁ ନିବେଦନ କରିଛନ୍ତି ମୋଦୀ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।