ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):
କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।
ଘଟଣା ସ୍ଥଳରେ ଘୁ.ଉଦୟଗିରି ଅଗ୍ନିଶମ ବାହିନୀ, ପୋଲିସ ଓ କଳିଙ୍ଗାର କିଛି ଯୁବକ ପହଞ୍ଚି ବହୁ କଷ୍ଟରେ ଗ୍ୟାସ୍ କଟର ମେଶିନ ସାହାଯ୍ୟରେ କିଛି ଅଂଶ କାଟି ଗାଡ଼ି ଚାଳକଙ୍କୁ ଉଦ୍ଧାର କରି ଜି.ଉଦୟଗିରି ଗୋଷ୍ଠୀ ଚିକିତ୍ସାଳୟକୁ ନେଇଯାଇଥିଲେ l
ଏଠାରେ ସୂଚନା ଯୋଗ୍ୟ ଯେ, ଦୀର୍ଘ ମାସ ହେଲାଣି କଳିଙ୍ଗା ଘାଟିରେ ୧୦ଟି ସୋଲାର ଲାଇଟ୍ ଅଚଳ ହୋଇପଡ଼ିଛି। କିନ୍ତୁ ପ୍ରଶାସନ ନୀରବ ଦ୍ରଷ୍ଟା। ଉକ୍ତ ନିର୍ଦ୍ଦିଷ୍ଟ ବୁଲାଣିରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ବେଳେ ଜାତୀୟ ସଡ଼କ କର୍ତ୍ତୃପକ୍ଷ ନୀରବ ରହିବା ନେଇ ସାଧାରଣରେ ଆଲୋଚନା ହେଉଛି। ଏତେ ବଡ଼ ଦୁର୍ଘଟଣା ହୋଇଛି କିନ୍ତୁ କେହି ମୃତାହତ ହୋଇ ନ ଥିବା ବିଷୟ ଉଦ୍ଧାରକାରୀ ଦଳ ସୂଚନା ଦେଇଛନ୍ତି ।
More Stories
ଆଇରନ୍ ମାଇନ୍ସର ୨ ବରିଷ୍ଠ ଅଧିକାରୀଙ୍କ କ୍ବାର୍ଟର୍ସରେ CBI ରେଡ୍।
ଖାକିରେ ଦାଗ, ରକ୍ଷକ ସାଜିଲା ଭକ୍ଷକ ।
ରାଜଧାନୀର ବିଚ୍ ରାସ୍ତାରେ ଯୁବକଙ୍କୁ ବୀଭତ୍ସ ହତ୍ୟା ଘଟଣା ।