MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜାଡ଼ରେ ଥରୁଛି ସାରା ଓଡ଼ିଶା

ଜାଡ଼ରେ ଥରୁଛି ସାରା ଓଡ଼ିଶା । ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବାୟୁର ଦିଗ ପରିବର୍ତ୍ତନକୁ ନେଇ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ମଧ୍ୟ ମାରିପାରେ । ତେବେ ଆଜି କିଛି ଜିଲ୍ଲାରେ ହାଲୁାକରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ାରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ୨୦ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସେପଟେ ଅଦିନିଆ ବର୍ଷା ନେଇ ଚାଷୀଙ୍କ ଭୟ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।