MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କଂସବଧ ସହ ସରିଲା ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା

ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ ଅଭିନୀତ ହୋଇଥିଲା। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା।

ଅନ୍ତିମ ଦିବସରେ ଏହି ଦୃ୍ଯାଭିନୟ ଦେଖିବା ପାଇଁ ଦର୍ଶକଙ୍କ ପ୍ରବଳ ଭିଡ଼ ହୋଇଥିଲା।ଅନ୍ୟଦିନ ଭଳି କଂସ ମହାରାଜ ରାଜମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ। ଭ୍ରମଣ ବାଟରେ ସେ ଜର୍ଜ ହାଇସ୍କୁଲ ପଡ଼ଇାରେ ଲାଗିଥିବା ମୀନାବଜାର ଏବଂ ସେଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ପକ୍ଷରୁ ଚାଲିଥିବା ରେଡ୍‌ଡ୍ରପ୍‌ ମାରାଥନ୍‌ ରକ୍ତଦାନ ଶିବିର ପରିଦର୍ଶନ କରିଥିଲେ। ଭ୍ରମଣ ସାରି କଂସ ଲୋକ ମଣ୍ଡପ ପଡ଼ିଆ ସ୍ଥିତ ରାଜ ଦରବାରକୁ ପହଞ୍ଚିଥିଲେ। ସେଠାରେ ଶ୍ରୀକୃଷ୍ଣ, ବଲରାମଙ୍କୁ ହ୍ଯଯା କରିବା ପାଇଁ ସେନାପତି, ମହାମନ୍ତ୍ରୀ, ଚାଣୁର, ମୁଷ୍ଟିକ ଆଦି ସୈନ୍ୟ ସାମନ୍ତଙ୍କ ସହିତ ରଣକୌଶଳ କରିଥିଲେ।

ଅନ୍ୟପଟେ ଶ୍ରୀକୃଷ୍ଣ ହାଟପଦାସ୍ଥିତ ଦରବାରକୁ ଯାଇ ଶିବଧନୁ ଭଙ୍ଗ କରିଥିଲେ। ତାଙ୍କ କରାଘାତରେ କୁବଳୟା ହସ୍ତୀ ପ୍ରାଣ ହରାଇଥିଲା। ଏହାପରେ ବେନିଭାଇ ଶ୍ରୀକୃଷ୍ଣ, ବଲରାମ ଲୋକ ମଣ୍ଡପ ପଡ଼ଇାସ୍ଥିତ ରାଜ ଦରବାରକୁ ଆସିଥିଲେ। ଶ୍ରୀକୃଷ୍ଣ, ବଲରାମଙ୍କୁ ହ୍ଯଯା କରିବା ପାଇଁ ସେମାନେ ନିଶ୍ଚୟ ସକ୍ଷମ ହେବେ ବୋଲି କଂସ ମହାରାଜଙ୍କ ପାତ୍ରମନ୍ତ୍ରୀ, ସେନାପତି ନିଜ ପରାକ୍ରମ ଦେଖାଇଥିଲେ। କଂସ ମହାରାଜ ରାଣୀ ପଦ୍ମାବତୀଙ୍କ ବାରଣ ସତ୍ତ୍ୱେ ରଣାଙ୍ଗନକୁ ଓହ୍ଲାଇଥିଲେ। କିନ୍ତୁ ବେନିଭାଇଙ୍କ ହାତରେ କଂସଙ୍କ ନିଧନ ହୋଇଥିଲା।ଏହାପରେ ରାଜା ଉଗ୍ରସେନଙ୍କ ପୁଣି ରାଜ୍ୟାଭିଷେକ ହୋଇଥିଲା। ଶ୍ରୀକୃଷ୍ଣ, ବଲରାମ କାରାଗାରକୁ ଯାଇ ସେଠାରେ ବନ୍ଦୀଥିବା ଦେବକୀ, ବସୁଦେବଙ୍କୁ ମୁକ୍ତ କରିଥିଲେ।

ଏହାପରେ ମଥୁରାବାସୀ ବାଣ ଫୁଟାଇ ଏବଂ ଲଡ଼ୁ ବାଣ୍ଟି ଖୁସି ମନାଇଥିଲେ। ଶେଷରେ କଂସ ଅଭିନେତା ଭୁବନେଶ୍ୱର ପ୍ରଧାନ ପାପରୁ ମୁକ୍ତି ପାଇଁ ଶ୍ରୀକ୍ଷେତ୍ର ପୁରୀକୁ ଯାତ୍ରା କରିଥିଲେ।ଆଜି ସେ ମହୋଦଧିରେ ସ୍ନାନ କରିବା ସହିତ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି କଂସ ମହାରାଜଙ୍କ ଅନ୍ୟ ସେନାପତି, ପାତ୍ରମନ୍ତ୍ରୀମାନେ ବରଗଡ଼ ଜିଲା ପାଇକମାଳ ବ୍ଲକ ନୃସିଂହନାଥକୁ ଯାଇ ସେଠାରେ ବହି ଯାଇଥିବା ଗୋକୁଣ୍ଡ ଘାଟରେ ସ୍ନାନ କରିବା ସହିତ ମହାପ୍ରଭୁ ନୃସିଂହନାଥଙ୍କ ଦର୍ଶନ କରିବେ ବୋଲି ସୂଚନା ମିଳିଛି।

ମୋ ଟିଭି ଓଡିଶା, ବରଗଡ଼

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।