ଦୁଇଟି ଆଶିଂକ ସୂର୍ୟ୍ୟାପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ। ସେଥିମଧ୍ୟରୁ କେବଳ ଗୋଟିଏ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଭାରତରୁ ଦେଖିହେବ । ୨୦୨୫ର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ରେ ଆମେରିକା, ପଶ୍ଚିମ ୟୁରୋପ, ପଶ୍ଚିମ ଆଫ୍ରିକା ଏବଂ ଉତ୍ତର ଏବଂ ଦକ୍ଷିଣ ଆଟଲାଣ୍ଟିକ ମହାସାଗର ପରି ଅଞ୍ଚଳରେ ଦେଖାଯିବ। କିନ୍ତୁ ଭାରତକୁ ଦୃଶ୍ୟମାନ ହେବ ନାହିଁ । ସେହିପରି ଆଂଶିକ ସୂର୍ୟ୍ୟାପରାଗ ମାର୍ଚ୍ଚ ୨୯ ତାରିଖରେ ଉତ୍ତର ଆମେରିକା, ଗ୍ରୀନଳ୍ୟାଣ୍ଡ, ଆଇସଲ୍ୟାଣ୍ଡ, ଉତ୍ତର ଆଟଲାଣ୍ଟିକ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ଋଷରେ ଦୃଶ୍ୟମାନ ହେବ।
ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ସେପ୍ଟେମ୍ବର ୭ ଓ ୮ ତାରିଖରେ ସମଗ୍ର ଭାରତ ସହ ଏସିଆର ଅନ୍ୟ ଦେଶ ତଥା ୟୁରୋପ, ଆଣ୍ଟାର୍ଟିକା, ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ ଏବଂ ଭାରତ ମହାସାଗରର କିଛି ଅଞ୍ଚଳରେ ମଧ୍ୟ ଦୃଶ୍ୟମାନ ହେବ। ଚନ୍ଦ୍ରଗ୍ରହଣ ସେପ୍ଟେମ୍ବର ୭ରେ ରାତି ୮.୫୮ ରୁ ୨.୨୫ ପର୍ୟ୍ୟାନ୍ତ ରହିବ । ପୂର୍ଣ୍ଣଗ୍ରହଣ ରାତି ୧୦.୦୦ରୁ ରାତି ୧୨.୨୨ ଦୀର୍ଘ ୨ ଘଣ୍ଟା ୨୨ ମିନିଟ ପର୍ୟ୍ୟାନ୍ତ ଦେଖାଯିବ। ସେ ସମୟରେ ଚନ୍ଦ୍ର ସଂପୂର୍ଣ୍ଣ ରକ୍ତ ବର୍ଣ୍ଣ ଧାରଣ କରିବ । ସେହିପରି ବର୍ଷର ଅନ୍ତିମ ଆଂଶିକ ସୂର୍ୟ୍ୟପରାଗ ସେପ୍ଟେମ୍ବର ୨୧-୨୨ ତାରିଖରେ ନ୍ୟୁଜିଲାଣ୍ଡ, ଇଷ୍ଟର୍ଣ୍ଣ ମେଲାନେସିଆ ଏବଂ ପଶ୍ଚିମ ଆଣ୍ଟାର୍ଟିକାରେ ଦୃଶ୍ୟମାନ ହେବ। ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଶୁଭେନ୍ଦୁ ପଟ୍ଟନାୟକ ।
ମୋ ଟିଭି ଓଡିଶା ଡେସ୍କ
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।