MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଆଜ୍ଞାମାଳ ବିଜେ, ସିଂହଦ୍ବାର ସମ୍ମୁଖ କୁ ଆସିବ ତିନିରଥ…..

ମୋ ଟିଭି ଓଡିଶା / ପୁରୀ :

ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ରଥ, ପଥ, ଭକ୍ତ ସମସ୍ତେ ପ୍ରସ୍ତୁତ। ଆଜି ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ରଥଖଳାକୁ ଆଜ୍ଞାମାଳ ବିଜେ ହେବ। ଶ୍ରୀଜଗନ୍ନାଥ ମନ୍ଦିରରୁ ଆଜି ରଥଖଳାକୁ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହେବ। ପଟ୍ଟିଦିଅଁଙ୍କ ସକାଳ ଧୂପ ଶେଷ ହେବା ପରେ ୩ଜଣ ପୂଜାପଣ୍ଡା ସେବକ ତିନୋଟି ଆଜ୍ଞାମାଳ ସହ ଶୋଭାଯାତ୍ରାରେ ରଥଖଳାକୁ ଯିବେ। ରଥଯାତ୍ରା ପାଇଁ ନିର୍ମାଣ କରାଯାଇଥିବା ରଥଗୁଡ଼ିକରେ ଆଜ୍ଞାମାଳ ଲାଗି କରାଯିବ। ଦାରୁବ୍ରହ୍ମ ଅନବସର ଘରେ ଥିବାରୁ ପଟ୍ଟିଦିଅଁଙ୍କଠାରୁ ଆଜ୍ଞାମାଳ ନେଇ ରଥ ଗୁଡ଼ିକୁ ଟଣାଯାଇ ସିଂହଦ୍ବାର ସମ୍ମୁଖକୁ ନିଆଯିବ। ଆଜି ସକାଳ ୮ଟା ୪୫ରେ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହେବା କାର୍ଯ୍ୟକ୍ରମ ହୋଇଛି । ୧୯୭୧ରେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଏବଂ ଶ୍ରୀଗୁଣ୍ଡିଚା ଯାତ୍ରା ହୋଇଥିବାରୁ ଏଭଳି ନୀତି ପାଳନ କରାଯାଇଥିଲା। ଚଳିତ ବର୍ଷ ରବିବାର ଗୋଟିଏ ଦିନରେ ଶ୍ରୀଜୀଉଙ୍କ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଏବଂ ଶ୍ରୀଗୁଣ୍ଡିଚା ଅନୁଷ୍ଠିତ ହେବ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।