MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଅଣସର ଦଶମୀ : ଶୟନ ଅବସ୍ଥାରୁ ଉଠି ଚକା ଉପରେ ବିଜେ କରିବେ ମହାପ୍ରଭୁ ।

ମୋ ଟିଭି ଓଡିଶା / ପୁରୀ :

ଆଜି ଅଣସର ଦଶମୀରେ ଚକାବିଜେ କରିବେ ଶ୍ରୀଜୀଉ । ଅଣସର ତାଟି ଭିତରେ ଦଇତାପତି ସେବକଙ୍କ ଦ୍ୱାରା ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କୁ ଶରୀରରୁ ତାତି ଓହ୍ଲାଇଥିବା ବେଳେ ଶୟନ ଅବସ୍ଥାରୁ ଉଠି ଚକା ବିଜେ କରିବେ ମହାପ୍ରଭୁ । ଅନ୍ୟପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଆସନ୍ତାକାଲି ଶ୍ରୀମନ୍ଦିର ଗାରଦରେ ଜିମା ଦିଆଯିବ । ଦଶମୂଳ ମୋଦକ ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବେ ଶ୍ରୀଜୀଉ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଓ ଭୋଗମଣ୍ଡପ ନୀତି ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହରଣ ଦ୍ୱାର ଫିଟାଯିବା ସହ ଅନବସର ନୀତି ଅନୁଷ୍ଠିତ ହେବ । ଏହାପରେ ଦଇତାପତି ସେବକ ମାନେ ଶ୍ରୀଜୀଉଙ୍କୁ ଚକା ଉପରକୁ ବିଜେ କରାଇବା ସହ ଚକଟା ଓ ପଣାଭୋଗ ଲାଗି କରାଇବେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।