February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ରାଷ୍ଟ୍ରପତିଙ୍କ ଜନ୍ମଦିନ

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଆଜି ମହାମହୀମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ 66ତମ ଜନ୍ମଦିବସ । ୧୯୫୮ ମସିହା ଆଜିର ଦିନରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ।  ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ । ତା’ପରେ ଭୁବନେଶ୍ବର ଆସି ୟୁନିଟ୍‌-୨ ବାଳିକା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ କରିଥିଲେ ଓ ରମାଦେବୀ ମହିଳା ମହାବିଦ୍ୟାଳୟରେ କଳାରେ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷାଗ୍ରହଣ କରିଥିଲେ । ଦ୍ରୌପଦୀ ମୁର୍ମୁ, ଶ୍ୟାମ ଚରଣ ମୁର୍ମୁଙ୍କୁ ବିବାହ କରିଥିଲେ । ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ  ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।