MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ପ୍ରକାଶ ପାଇବ ମାଟ୍ରିକ୍ ଏବଂ ଯୁକ୍ତଦୁଇ ପରୀକ୍ଷା ଫଳ

ମୋଟିଭି ଓଡିଶା : ଗୋଟିଏ ଦିନରେ ପ୍ରକାଶ ପାଇବ ମାଟ୍ରିକ୍ ଏବଂ ଯୁକ୍ତଦୁଇ ପରୀକ୍ଷା ଫଳ। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ବା ମାଟ୍ରିକ୍ ପରୀକ୍ଷାଫଳ ରବିବାର ସକାଳ ୧୦ ଟା ୩୦ରେ କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶିତ ହେବ। ରବିବାର ପୂର୍ବାହ୍ଣ ସାଢ଼େ ୧୧ଟାରେ ବୋର୍ଡ ୱେବସାଇଟରେ ପରୀକ୍ଷା ଫଳ ଉପଲବ୍ଧ ହେବ। ଯେଉଁସ୍ଥାନରେ ଇଣ୍ଟରନେଟ୍ ନାହିଁ ଛାତ୍ରଛାତ୍ରୀ ମୋବାଇଲ ଫୋନ୍ ମାଧ୍ୟମରେ OR10<Roll No> ଟାଇପ୍‌ କରି ମୋବାଇଲ ନମ୍ବର ୫୬୭୬୭୫୦କୁ ଏସ୍‌ଏମ୍‌ଏସ୍‌ କରି ପରୀକ୍ଷାଫଳ ପାଇପାରିବେ। ଚଳିତବର୍ଷ ମାଟ୍ରିକରେ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ, ମଧ୍ୟମାରେ ୩୦୩୭ ଓ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ୭୮୩୧ଜଣ ଫର୍ମପୂରଣ କରିଥିଲେ l


ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇବ। ଚଳିତ ବର୍ଷ ଗୋଟିଏ ଦିନରେ ଦ୍ବାଦଶ ଶ୍ରେଣୀର କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ରବିବାର ଅପରାହ୍ଣରେ ଆସିବ। ବିଦ୍ୟାର୍ଥୀ ୱେବ୍‌ସାଇଟ୍‌ www.orissaresults.nic.inକୁ ଲଗ୍‌ଇନ୍ କରି ଫଳ ଦେଖିପାରିବେ। ଏଥିସହିତ ଛାତ୍ରଛାତ୍ରୀ www.results.digilocker.gov.inକୁ ଲଗ୍‌ଇନ କରି ରୋଲ ନମ୍ବର ଏବଂ ପଞ୍ଜୀକରଣ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ। ଚଳିତବର୍ଷ ଯୁକ୍ତଦୁଇ ପରୀକ୍ଷା ଫେବୃଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିଥିଲା। ରାଜ୍ୟରେ ମୋଟ ୧୧୬୦ଟି ପରୀକ୍ଷା କେନ୍ଦ୍ରରେ ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ କରିଛନ୍ତି। ସେଥିରୁ ନିୟମିତ (ରେଗୁଲାର) ୩ ଲକ୍ଷ ୬୦ ହଜାର ୧୯୮ ଏବଂ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ୨୬ହଜାର ୫୨ ଜଣ ରହିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।