MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ନିଟ୍ ପିଜି ପ୍ରବେଶିକା, ଓଡ଼ିଶାର ୨୬ଟି ସହରରେ ହେବ ପରୀକ୍ଷା

ମୋ ଟିଭି ଓଡିଶା : ଆଜି ନିଟ୍ ପିଜି ପ୍ରବେଶିକା, ଦେଶର ୧୭୦ଟି ସହରର ୪୧୬ଟି କେନ୍ଦ୍ରରେ ଅନୁଷ୍ଠିତ ହେବ ପରୀକ୍ଷା। ମୋଟ ୨ଲକ୍ଷ ୨୮ ହଜାର ୫୪୨ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଓଡ଼ିଶାର ୨୬ଟି ସହରରେ ପରୀକ୍ଷା ଅନୁଷ୍ଠିତ ହେବ। ଏହା ପୂର୍ବରୁ ଗୁରୁବାର ପରୀକ୍ଷାର୍ଥୀ ମାନଙ୍କୁ ଆଡ଼ମିଟ୍ କାର୍ଡ ମିଳିସାରିଛି। ଦୁଇଟି ସିଫ୍ଟରେ ପରୀକ୍ଷା ଅନୁଷ୍ଠିତ ହେବ, ପ୍ରଥମ ସିଫ୍ଟ ସକାଳ ୯ଟାରୁ ଆରମ୍ଭ ହୋଇ ୧୨ଟା ୩୦ ପର୍ୟ୍ୟନ୍ତ ଚାଲିବ। ସେହିପରି ଦ୍ବିତୀୟ ସିଫ୍ଟରେ ଅପରାହ୍ନ ୩ଟା ୩୦ରୁ ଆରମ୍ଭ ହେବ। ସକାଳ ୮ଟା ୩୦ ସୁଦ୍ଧା ପରୀକ୍ଷାର୍ଥୀ ମାନଙ୍କୁ ପରୀକ୍ଷା କେନ୍ଦ୍ରରେ ପହଁଚିବାକୁ ପରାମର୍ଶ ଦିଆଯାଇଛି। ନିଟ୍ ୟୁଜି ପରୀକ୍ଷାରେ ଅନିୟମିତତା ହେବାପରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରି ନିଟ୍ ପିଜି ପରୀକ୍ଷାକୁ ସ୍ଥଗିତ ରଖିଥିଲେ। ସେପଟେ ଶନିବାର ପରୀକ୍ଷା ସ୍ଥଗିତ ରଖିବାପାଇଁ ୫ ଜଣ ଛାତ୍ର ସୁପ୍ରିମକୋର୍ଟରେ କରିଥିବା ଏକ ଆବେଦନକୁ କୋର୍ଟ ଖାରଜ କରିଛନ୍ତି। ପରୀକ୍ଷା ଦେବାକୁ ଥିବା ସହରରେ ପହଁଚିବାକୁ ଅସୁବିଧା ଥିବା ଦର୍ଶାଇ ପାଞ୍ଚ ଛାତ୍ର କୋର୍ଟର ଦ୍ବାରସ୍ଥ ହୋଇଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।