ମୋ ଟିଭି ଓଡିଶା / ପୁରୀ :
ଜନ୍ମବେଦୀରେ ଲୀଳାଖେଳା ସାରି ଏବେ ଶ୍ରୀମନ୍ଦିର ସମ୍ମୁଖରେ ଦାରୁବ୍ରହ୍ମ। ଆଜି ରଥ ଉପରେ ମହଣ ମହଣ ସୁନାରେ ସଜେଇ ହୋଇ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ।
ମହାପ୍ରଭୁ ଜଗନ୍ନାଥ ଆଜି ଶ୍ରୀଭୁଜ, ଶ୍ରୀପୟର, କିରୀଟ, ଓଡ଼ିଆଣୀ, ଚନ୍ଦ୍ର ସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବା କଣ୍ଠି, ସ୍ୱର୍ଣ୍ଣ ଚକ୍ର, ରୌପ୍ୟ ଶଙ୍ଖ, ହରିଡ଼ା କଦମ୍ବ ମାଳି, ତାବିଜ ମାଳି, ସେବତୀ ମାଳି, ତ୍ରିଖଣ୍ଡିକା ଅଳଙ୍କାରରେ ସଜେଇ ହେବେ।
ସେହିପରି ବଡ଼ଠାକୁର ବଳଭଦ୍ର ମଧ୍ୟ ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣୀ, କୁଣ୍ଡଳୀ, କୁଣ୍ଡଳ, ଚନ୍ଦ୍ର ସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବା କଣ୍ଠି, ହଳ ଓ ମୂଷଳ, ବାହାଡ଼ା ମାଳି, ବାଘ ନଖ ମାଳି, ସେବତୀ ମାଳି, ତ୍ରିଖଣ୍ଡିକା କମର ପଟିରେ ବେଶ ହେବେ।
ଦେବୀ ସୁଭାଦ୍ରାଙ୍କୁ ମଧ୍ୟ ବିରୀଟ, ଓଡ଼ିଆଣୀ, କାନ, ଚନ୍ଦ୍ର ସୂର୍ଯ୍ୟ, ଘାଗଡ଼ା ମାଳି, କଦମ୍ବ ମାଳି, ୨ଟି ତଗଡ଼ି ଏବଂ ସେବତୀ ମାଳିରେ ଆଭୂଷିତ କରାଯିବ।
ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ସୁନାବେଶ ଅବସରରେ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣ ଓ ଆପଣଙ୍କ ପ୍ରିୟଜନମାନଙ୍କର ସର୍ବଦା ମଙ୍ଗଳ ହେଉ, ଏହା ହିଁ ମୋ ଟିଭି ଓଡିଶା ପରିବାର ତରଫରୁ ପ୍ରାର୍ଥନା ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।