MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଆରମ୍ଭ ହେବ ବରଗଡ଼ ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା

ଆଜି ଆରମ୍ଭ ହେବ ବରଗଡ଼ ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା, ସହରଟି ସଂପୂର୍ଣ୍ଣ ଭାବରେ ପାଲଟିଯିବ ମଥୁରାନଗରୀରେ । ଆଉ ଶାସନ ଭାର ଚାଲିଯିବ ମହାରାଜ କଂସଙ୍କ ହାତକୁ । ୧୧ ଦିନ ଧରି ମଥୁରା ନଗରୀରେ କଂସର ଅତ୍ୟାଚାରରେ ହେବ ଥରହର । ଉଦ୍ଘାଟନ ହେବ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି । ବରଗଡ ହାଟପଦାରେ ମହାରାଜ କଂସଙ୍କ ରାଜଦରବାର, ଲୋକମଣ୍ଡପ ପଡ଼ିଆରେ ରଂଗ ମହଲ ନିର୍ମାଣ ଶେଷ ପର୍ୟ୍ୟାୟରେ ପହଞ୍ଚି ସାରିଥିବା ବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ସ୍ୱାଗତ୍ କରିବା ପାଇଁ ସଜେଇ ହୋଇଛି ଗୋପପୁର ଅମ୍ବାପାଲି ।

ଆଜି ଅପରାହ୍ନରେ ପ୍ରଚାର ପ୍ରସାର କମିଟି ତରଫରୁ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଆରମ୍ଭ ହେବ ୭୭ ତମ ବରଗଡ ଧନୁଯାତ୍ରା । ୧୧ ଦିନ ଧରି ପାଳିତ ହେଉଥିବା ଏହି ଧନୁଯାତ୍ରା ପାଇଁ ବରଗଡ ସହର ଚଳଚଚଂଳ ହୋଇପଡିଛି । ସହର ସାରା ଉଜ୍ଜଳ ଆଲୋକମାଳାରେ ସଜ୍ଜିତ କରାଯାଇଛି ଧନୁଯାତ୍ରା ପାଇଁ । ଅପରାହ୍ନରେ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରି ବରଗଡର ଅଧିଷ୍ଠାତ୍ରୀ ଦେବୀ ମା ସମଲେଇଙ୍କଠାରେ ପହଂଚିବ । ସେଠାରେ ଯାତ୍ରାର ସଫଳତା ନେଇ ପୂଜାର୍ଚ୍ଚନା କରାଯିବା ପରେ ସେହି ଶୋଭାଯାତ୍ରା ହାଟପଦାସ୍ଥିତ ରାଜଦରବାରକୁ ପହଂଚିବାର କାର୍ୟ୍ୟକ୍ରମ ରହିଛି ।

ଶୋଭାଯାତ୍ରା ରାଜଦରବାରରେ ପହଚିଂବା ପରେ ଆନୁଷ୍ଠାନିକ ଭାବରେ ଉଦଘାଟିତ ହେବ ୭୭ ତମ ବରଗଡ ଧନୁଯାତ୍ରା ଓ ସେହିପରି ଚଳିତ ବର୍ଷ ବରଗଡ଼ ଧନୁଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଆୟୋଜକ କମିଟି ଲାଗି ପଡିଥିବା ବେଳେ ମଥୁରାବାସୀ ଅପେକ୍ଷା କରି ରହିଛନ୍ତି ସେହି ଶୁଭମୁହୁର୍ତ୍ତକୁ । ଏହାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l

ମୋ ଟିଭି ଓଡିଶା, ବରଗଡ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।