MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ତ୍ରି -ଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦଯାପିତ

ତ୍ରି -ଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦଯାପିତ,ସମାଜ ସେବା ପାଇଁ ଯୁବ ରେଡକ୍ରସ୍ ଏକ ପ୍ରକୃଷ୍ଟ ମାଧ୍ୟମ ।


କଳାହାଣ୍ଡି:୧୩/୧୧
ଖବରଦାତା—ସନତ କୁମାର ପ୍ରଧାନୀ

ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ତ୍ରି-ଦିବସୀୟ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦଯାପିତ ହୋଇଯାଇଛି।

ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ତ୍ରିଲୋଚନ ଜେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ସୁଚେତା ପାଣି , ସ୍ବତନ୍ତ୍ର ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରଓ୍ବାନ ଓ ସମ୍ମାନିତ ଅତିଥି ଭାବେ ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର କୁଳସଚିବ ପିତାମ୍ବର ଭୋଇ ଯୋଗଦେଇ ଯୁବ ରେଡକ୍ରସର ମହନୀୟ ନୀତି ଓ ଆଦର୍ଶ ମାନବ ଜୀବନର ବ୍ରତ ହେବା ଉଚିତ୍ ବୋଲି ମତବ୍ୟକ୍ତ କରିଥିଲେ। ଜିଲ୍ଲା ଆବାହକ ସଂପାଦକ ସଞ୍ଜିବ କୁମାର ସାହୁ ଓ ଜିଲ୍ଲା ସଂଯୋଜକ ଶାନ୍ତନୁ କୁମାର ପରିଡ଼ା ଶିବିରର ସଫଳତାର ବିଭିନ୍ନ ଦିଗ ବିଷୟରେ ଆଲୋକପାତ କରିଥିଲେ। ଯୁବ ରେଡକ୍ରସ୍ ପରାମର୍ଶଦାତା ଶଙ୍କର ଦଳାଇ ସ୍ବାଗତ ଅଭିଭାଷଣ ଓ ଡ଼. ରଜନୀକାନ୍ତ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଶିବିରର ଆୟୋଜନରେ ଉଲ୍ଲେଖନୀୟ ଅବଦାନ ପାଇଁ ଯୁବ ରେଡକ୍ରସ୍ ପରାମର୍ଶଦାତା ଭବାନୀ ଶଙ୍କର ପଣ୍ଡା ଓ ମୋହନ ଚରଣ ବିଷିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଶିବିରର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରୋଶନୀ ମେହେର ଓ ଶାଶ୍ବତ କୁମାର ସାହୁକୁ ପୁରସ୍କୃତ କରାଯାଇଥିଲା ଓ ଶିବିରରେ ପ୍ରଶଂସନୀୟ ସହାୟତା ପାଇଁ ଆୟୋଜକ ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ଛାତ୍ରୀମାନଙ୍କୁ ସମ୍ମାନିତ କରାଯାଇଥିଲା। ଉଦଯାପନୀ ସଭାରେ ସୁଶ୍ରୀ ଆଦ୍ୟାଶା ପ୍ରିୟଦର୍ଶିନୀ ଭୋଇ ମଞ୍ଚ ପରିଚାଳନା କରିଥିଲାବେଳେ ସୁଧିର କୁମାର ପଣ୍ଡା ଓ ମୋହନ ଚରଣ ବିଶି ପୁରସ୍କାର ବିତରଣ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସ୍ବେଛାସେବୀ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ ତର୍କ, ପ୍ରବନ୍ଧ, ଚିତ୍ରାଙ୍କନ,କଣ୍ଠ ସଂଗୀତ,ନୃତ୍ୟ ଓ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

ଏହି ତ୍ରି-ଦିବସୀୟ ଶିବିରରେ ରେଡକ୍ରସ୍ ର ଇତିହାସ, ବିକାଶ ଓ ମୌଳିକ ନୀତି, ପ୍ରାଥମିକ ଚିକିତ୍ସା, ବିପର୍ଯ୍ୟୟ ପରିଚାଳନା ଓ ଅଗ୍ନି ନିରାପତ୍ତା, ସାଇବର ନିରାପତ୍ତା, ସଡ଼କ ସୁରକ୍ଷା ସଚେତନତା, ମହିଳା ସଶକ୍ତିକରଣ, ସମାଜର ପରିବର୍ତ୍ତନରେ ସ୍ବେଛାସେବୀମାନଙ୍କ ଭୂମିକା, ରକ୍ତଦାନର ଆବଶ୍ୟକତା ଓ ମହତ୍ତ୍ଵ, ଯୋଗ ଓ ପ୍ରାଣାୟାମ ବିଷୟରେ ଶିକ୍ଷା ତଥା ତାଲିମ ପ୍ରଦାନ କରାଯାଇଥିଲା। ଶିବିରର ଦ୍ବିତୀୟ ଦିବସରେ ଆୟୋଜିତ ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ମୋଟ ୫୮ୟୁନିଟ ରକ୍ତ ସଂଗୃହିତ ହୋଇଥିଲା। ଏହି ଶିବିରରେ ବିଭିନ୍ନ ମହାବିଦ୍ୟାଳୟରୁ ୧୩୦ଜଣ ସ୍ବେଚ୍ଛାସେବୀ ଓ ପରାମର୍ଶଦାତା ଅଂଶ ଗ୍ରହଣ କରିଥିଲେ। ଶିବିର ଆୟୋଜନରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ତଥା ଅନ୍ୟାନ୍ୟ କର୍ମଚାରୀ ମାନେ ସହଯୋଗ କରିଥଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।