MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜିଠୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଆଦିବାସୀ ମେଳା।

ଆଜିଠୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ମେଳା। ପ୍ରବାସୀ ଭାରତୀୟ ଦିବସକୁ ଉପଲକ୍ଷେ ଚଳିତ ବର୍ଷ ଜାନୁଆରୀ ୨୬ ପରିବର୍ତ୍ତେ ୫ ତାରିଖରେ ଆଦିବାସୀ ମେଳା କରାଯାଉଛି। ମେଳାରେ ଆଦିବାସୀ ଗ୍ରାମ, ଆଦିବାସୀ ହାଟ, କଳା ଓ ହସ୍ତଶିଳ୍ପ ଗ୍ରାମ, ଜନଜାତି ଖାଦ୍ୟ ଫୁଡ କୋର୍ଟ, ଲାଇଭ ଡେମନଷ୍ଟ୍ରେସନ, ଭଗବାନ ର୍ବିସା ମୁଣ୍ଡା ପାଭିଲିୟନ ମୁଖ୍ୟ ଆକର୍ଷଣ ପାଲଟିବ। ଚଳିତ ବର୍ଷ ୨୦ଟି ଆଦିବାସୀ କୁଟିର ର୍ନିମାଣ କରାଯାଉଥିବା ବେଳେ ୧୪୭ଟି ଷ୍ଟଲରେ ଆଦିବାସୀ ସାମଗ୍ରୀ ବିକ୍ରିବଟା ହେବ। ଏଥିସହ କଳା ଓ ହସ୍ତଶିଳ୍ପ ଗ୍ରାମ ପାଇଁ ୪୦ଟି ଷ୍ଟଲ ପ୍ରସ୍ତୁତ କରାଯାଉଥିବା ବେଳେ ୧୫ଟି ଷ୍ଟଲରେ ଲାଇଭ ଡେମନଷ୍ଟ୍ରେସନର ସୁବିଧା ରହିଛି। ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ ଗ୍ୟାଲେରିରେ ବିର୍ସା ମୁଣ୍ଡାଙ୍କ ଜୀବନୀ, ଦେଶର ସ୍ବାଧୀନତା ସଂଗ୍ରାମୀଙ୍କ ଅବଦାନ ସମ୍ପର୍କିତ ଗ୍ୟାଲେରି, ଚିତ୍ରାଙ୍କନ ପ୍ରଦର୍ଶନୀ, ମିନି ଥିଏଟର୍‌ ଓ ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯିବ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୀବନୀ ଆଧାରିତ ଲେଜର୍‌ ଶୋ’, ଓଡ଼ିଶାର ଜନଜାତି ସମ୍ପ୍ରଦାୟଭିତ୍ତିକ ଡ୍ରୋନ ଶୋ’, ଓଡ଼ିଶାର ଜନଜାତି ସ୍ବାଧୀନତା ସଂଗ୍ରାମୀଙ୍କ ଉପରେ ପର୍ଯ୍ୟବେଷିତ ଲାଇଟ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’, ଫ୍ୟାଶନ ଶୋ’ ଏବଂ ଫାୟାର୍‌ ୱାର୍କ ଶୋ’ ଆଦି ଦେଖିବାକୁ ମିଳିଛି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।