February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ହବିଷ୍ୟାଳୀଙ୍କ ପାଇଁ ଅଢେଇ କୋଟି

ମୋ ଟିଭି ଓଡିଶା / ଭୁବନେଶ୍ୱର :

କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ବ୍ରତ ପାଳନ ନିମନ୍ତେ ରାଜ୍ୟ ସରକାର ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କରିଛନ୍ତି। ଏହା ସହିତ ହବିଷ୍ୟାଳୀ ମା’ଙ୍କୁ କାର୍ତ୍ତିକ ବ୍ରତ ପାଳନ ନିମନ୍ତେ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, କାର୍ତ୍ତିକ ବ୍ରତ ପାଇଁ ଶ୍ରୀକ୍ଷେତ୍ର ପୁରୀରେ ଅନେକ ହବିଷ୍ୟାଳୀ ମା’ମାନେ ଏକାଠି ହୋଇଥାନ୍ତି। ହବିଷ୍ୟାଳୀ ମା’ଙ୍କୁ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ। ହବିଷ୍ୟାଳୀ ମା’ଙ୍କ ପାଇଁ ଏକ ମାସ ଧରି ପୁରୀରେ ବିଭିନ୍ନ ହବିଷ୍ୟାଳୀ କେନ୍ଦ୍ରଗୁଡ଼ିକରେ ସୁରକ୍ଷିତ ରହଣି, ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ-କୀର୍ତ୍ତନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିର ବ୍ୟବସ୍ଥା ସୁନିୟନ୍ତ୍ରିତ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି।

ଏହାସହିତ ବ୍ରତ ପାଳନ ସମୟରେ ସେମାନେ ଯେପରି କୌଣସିପ୍ରକାର ଅସୁବିଧାର ସମ୍ମୁଖୀନ ନହୁଅନ୍ତି ଏହାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନା ଅନୁସାରେ ଚଳିତ ଅକ୍ଟୋବର ୧୮ରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବ। ଏହି ସମୟରେ ପୁରୀରେ ଦର୍ଶନାର୍ଥୀଙ୍କ ସଂଖ୍ୟା ବଢ଼ିବା ସମ୍ଭାବନା ଥିବାରୁ ସରକାରଙ୍କ ତରଫରୁ ବିଶେଷଭାବେ ପଦ‌େ‌କ୍ଷପ ଗ୍ରହଣ କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।