ମୋ ଟିଭି ଓଡିଶା / ଭୁବନେଶ୍ୱର :
ପୁଣି ରାଜ୍ୟରେ ବର୍ଷିବ.. ବଙ୍ଗୋପସାଗରରେ ଆସିପାରେ ଦୁଇ ଦୁଇଟି ବଡ ଲଘୁଚାପ। ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ। ଜୁଲାଇ ୧୫ ତାରିଖ ସୁଦ୍ଧା ପଶ୍ଚିମ ବଙ୍ଗୋପସାଗରରେ ପ୍ରଥମ ଲଘୁଚାପ ସୃଷ୍ଟି ହୋଇପାରେ। ପ୍ରଭାବରେ କାଲିଠାରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ୧୫ ଓ ୧୬ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୁତି ବୃଦ୍ଧି ପାଇବ। ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।
ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ସେହିପରି ୧୯ ଓ ୨୦ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ତତ୍ ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୦ରୁ ୨୨ ତାରିଖ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷାର ସମ୍ଭାବନା ରହିଛି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।