MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅଜଣା ଦୁର୍ବୃତ୍ତଙ୍କ ଛୁରା ମାଡରେ ଦୁଇ ଯୁବକ ଗୁରୁତର

ଅଜଣା ଦୁର୍ବୃତ୍ତଙ୍କ ଛୁରା ମାଡରେ ଦୁଇ ଯୁବକ ଗୁରୁତର, ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର


କନ୍ଧମାଳ :(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ଉପକଣ୍ଠ ପାଣ୍ଡୁଲି ସାହିରେ ଅଘଟଣ। ଅଜଣା ଦୁର୍ବୃତ୍ତଙ୍କ ଛୁରାମାଡରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଫୁଲବାଣୀ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବା ସୂଚନା ମିଳିଛି। ଗୁରୁତର ମାନେ ହେଲେ, ଖଜୁରୀପଡା ଥାନା ଅଞ୍ଚଳର ସଞ୍ଜୟ ପ୍ରଧାନ ଏବଂ ଫୁଲବାଣୀ ଟାଉନ ଥାନା ଜିରିଙ୍ଗପଡା ଅଞ୍ଚଳର ରାଜା ମହାନନ୍ଦିଆ। ତେବେ କେଉଁ କାରଣରୁ ଆକ୍ରମଣ କରାଯାଇଛି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପ୍ରତ୍ୟକ୍ଷ ଦର୍ଶୀଙ୍କ ସୂଚନା ଅନୁଯାୟୀ, ୩ ଜଣ ଅଜଣା ଯୁବକ ଗତକାଲି ସନ୍ଧ୍ୟାରେ ଏକ ମୋଟର ସାଇକେଲରେ ଆସି ଅଚାନକ ସେମାନଙ୍କୁ ଆକ୍ରମଣ କରି ଘଟଣା ସ୍ଥଳରୁ ଫେରାର୍ ହୋଇଯାଇଥିଲେ। ଖବର ପାଇ ସଦର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।