MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ସାହିତ୍ୟ ଏକାଡେମୀ ପୁରସ୍କାର


ଘୋଷଣା ହୋଇଛି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ସାହିତ୍ୟ ଏକାଡେମୀ ପୁରସ୍କାର । ‘ଭୂତି ଭକ୍ତି ବିଭୂତି’ ପ୍ରବନ୍ଧ ପୁସ୍ତକ ପାଇଁ ଏହି ପୁରସ୍କାର ମିଳିବ । ଜଣେ ଉଚ୍ଚ ମୂଲ୍ୟବୋଧଭିତ୍ତିକ ପ୍ରାବନ୍ଧିକ ଏବଂ ସମାଲୋଚକ ଭାବେ ବୈଷ୍ଣବ ଚରଣ ସାମଲଙ୍କ ସୁଖ୍ୟାତି ରହିଛି। ବୈଷ୍ଣବ ଚରଣ ସାମଲ ୧୯୩୯ ମସିହା ଫେବୃଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ଓ ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ପ୍ରଥମ କବିତା ଥିଲା ‘ନେତା କିଏ’। ୧୯୬୪-୬୫ ମସିହାରୁ ସେ ପ୍ରବନ୍ଧ ଓ ସମାଲୋଚନା ସାହିତ୍ୟ ଲେଖିବା ଆରମ୍ଭ କରିଥିଲେ। ତାଙ୍କ ଲିଖିତ ପ୍ରଥମ ପ୍ରବନ୍ଧ ଥିଲା ମରୁତୀର୍ଥ। ସେହି ସବୁ ପ୍ରବନ୍ଧ ମଧ୍ୟରୁ କୋଡ଼ିଏଟି ପ୍ରବନ୍ଧକୁ ସଂକଳିତ କରି, ୧୯୭୧ ମସିହାରେ ‘ଜଗନ୍ନାଥ ରଥ’ ପ୍ରକାଶନ ସଂସ୍ଥା ତାଙ୍କର ପ୍ରଥମ ପୁସ୍ତକ ପ୍ରକାଶ କରିଥିଲେ। ପୁସ୍ତକଟିର ନାମ ଥିଲା ‘କଳା ସଂସ୍କୃତି ଓ ସାହିତ୍ୟ’।


ବୈଷ୍ଣବ ଚରଣ ୧୯୬୬ମସିହାରେ ଫକୀରମୋହନ ବିଶ୍ୱବିଦ୍ୟାଳୟରୁ ଚାକିରି ଜୀବନ ଆରମ୍ଭ କରିଥିଲେ । ୨୦୦୪ ମସିହାରେ ‘ବିଶ୍ୱଭାରତୀ’ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରୁ ପ୍ରଫେସର ଭାବରେ ସେବା ନିବୃତ ହୋଇଛନ୍ତି। ୨୦୦୨ ମସିହାରେ ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହାପରେ ୨୦୧୭ ମସିହାରେ ବିଷୁବ ପୁରସ୍କାର, ୨୦୧୪ ମସିହାରେ ସାରଳା ସମ୍ମାନରେ ସେ ସମ୍ମାନିତ ହୋଇଥିଲା। ଏହାବାଦ ତାଙ୍କୁ ଗୋପୀନାଥ ନନ୍ଦ ପ୍ରବନ୍ଧ ଓ ସମାଲୋଚନା ସମ୍ମାନ ଓ କ୍ଷେତ୍ରବାସୀ ସାହିତ୍ୟ ବିଦ୍ୟା ପୁରସ୍କାର ସମ୍ମାନ ମଧ୍ୟ ପ୍ରଦାନ କରାଯାଇଛି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।