MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଶ୍ରୀମନ୍ଦିରରେ ବିଜୟାଦଶମୀ

ମୋ ଟିଭି ଓଡିଶା / ପୁରୀ :

ଆଜି ପବିତ୍ର ଶାରଦୀୟ ପାର୍ବଣର ଅନ୍ତିମ ପର୍ବ ଦଶହରା ବା ବିଜୟାଦଶମୀ । ଏହି ଦିନ ମା’ ଦୁର୍ଗା ମହିଷାସୁରକୁ ବଧ କରିଥିବାରୁ ଅସତ୍ୟ ଉପରେ ସତ୍ୟର ବିଜୟ ଭାବେ ବିଜୟାଦଶମୀ ପାଳନ କରାଯାଏ । ବିଭିନ୍ନ ଶକ୍ତିପୀଠ ଓ ପୂଜା ମଣ୍ଡପରୁ ନେଇ ଚତୁର୍ଦିଗ ବେଦ, ମନ୍ତ୍ର, ଶଙ୍ଖ ନାଦ ଓ ଘଣ୍ଟା ଘଣ୍ଟାରେ କମ୍ପୁଛି ।

ଗତକାଲି (ଶନିବାର) ଶକ୍ତିପୀଠଗୁଡିକରେ ଜଗତଜନନୀ ମା’ ଦୁର୍ଗାଙ୍କର ଦଶମୀପୂଜା ହୋଇଥିବା ବେଳେ ଆଜି ମଣ୍ଡପ ଗୁଡିକରେ ଦଶମୀପୂଜା ଆରମ୍ଭ ହୋଇଯାଇଛି । ଏହିକ୍ରମରେ 12ମାସରେ 13 ପର୍ବ ପାଳନ କରାଯାଉଥିବା ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେବ ବିଜୟାଦଶମୀ ନୀତି ଅନୁଷ୍ଠିତ ହେବ । ସୁନାବେଶ ବା ରାଜରାଜଶ୍ୱେର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ ।

ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହେବ । ଆଜିର ଦିନରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବାର ପରମ୍ପରା ରହିଛି । ଏପଟେ ମା’ ବିମଳାଙ୍କ ପ୍ରତିନିଧି ମା’ କାକୁଡିଖାଇଙ୍କର ଆଜି ବିସର୍ଜନ ଥିବାବେଳେ ଆସନ୍ତାକାଲି ଅନ୍ୟାନ୍ୟ ଗୋଷାଣୀ ମାନଙ୍କର ଶ୍ରୀମନ୍ଦିର ସମ୍ମୁଖରେ ଦେବୀ ସଭା ପରେ ଭସାଣୀ ଉତ୍ସବ ଅନୁଷ୍ଠିତ ହେବ ।

ଶ୍ରୀମନ୍ଦିରରେ ଆଜି ଦଶହରା ଉତ୍ସବ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହେଉଛି । ଏହି ଅବସରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ, ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥାଏ । ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପର୍ଣ୍ଣ କରାଯାଇଥାଏ । ଏହି ବେଶରେ ପାଞ୍ଚଖଣ୍ତ ଆଜ୍ଞାମାଳ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରାଯିବାର ବିଧି ରହିଛି। ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯାଇଥାଏ । ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୂଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖ ଚକ୍ର ଆୟୁଧ ଲାଗି କରିଥାଆନ୍ତି।

ଆଜି ମହାପ୍ରଭୁଙ୍କ ସୁନାବେଶ ଦେଖିବାକୁ ଶ୍ରୀମନ୍ଦିରକୁ ହଜାର ହଜାର ଭକ୍ତଙ୍କ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କଲେ ଅନନ୍ତ କୋଟି ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି । ଆସନ୍ତାକାଲି ସମସ୍ତ ଗୋଷାଣିଙ୍କ ଭସାଣ ଉତ୍ସବ କିଭଳି ଶାନ୍ତିଶୃଙ୍ଖଳାର ସହ ଅନୁଷ୍ଠିତ ହେବ ସେନେଇ ପୋଲିସ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।