ଭୁବନେଶ୍ୱର : ୨୪/୧୦
ଅତି ଭୟଙ୍କର ଭାବେ ମାଡି ଆସୁଛି ବାତ୍ୟା। ଦାନା ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।
ପାରାଦୀପରେ ସର୍ବାଧିକ ୬୨.୯ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି ଚାନ୍ଦବାଲିରେ ୪୬.୨, କୁଜଙ୍ଗ ଓ ରାଜକନିକାରେ ୨୭ ମିମି, ରାଜନଗରରେ ୨୪ ଓ ନୀଳଗିରିରେ ୨୩ ମିଲିମିଟର, ପଟ୍ଟାମୁଣ୍ଡାଇରେ ୨୨.୫, ଆଳିରେ ୨୧ ମିମି ବର୍ଷା ରେକର୍ଡ ହୋଇଛି।
ପୁଣି ଥରେ ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା ଜାରି କରାଯାଇଛି। ଭଦ୍ରକ , ବାଲେଶ୍ଵର, କେନ୍ଦ୍ରାପଡା ଉପକୂଳରେ ସ୍ଵାଭାବିକଠୁ ଅଧିକ ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ଜଗତସିଂହପୁରରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିବା ନେଇ ଆଶଙ୍କା କରାଯାଉଛି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।