January 27, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ।

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ। ୨୫/୨୬ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ହେବ ଘନୀଭୂତ । ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା । ଗତକାଲି ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ଚିଲିକା ନିକଟରେ ସ୍ଥଳଭାଗ ଅତିକ୍ରମ କରିବା ପରେ ଦୁର୍ବଳ ହୋଇ ଏକ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ । ଲଘୁଚାପ ଛତିଶଗଡ ମୁହାଁ ହୋଇଥିବା ବେଳେ ଉପକୂଳ ଓଡ଼ିଶାରେ ବର୍ଷା କମିଛି । ତେବେ ସକ୍ରିୟ ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

ପ୍ରବଳ ବର୍ଷା ନେଇ ନୂଆପଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ସୁନ୍ଦରଗଡ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିଭଳି ଆଜି ପ୍ରବଳ ବର୍ଷା ନେଇ ଉତ୍ତର ଉପକୂଳ ଓଡ଼ିଶାର କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଏବଂ ସମ୍ବଲପୁରକୁ ହଳଦିଆ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରଭାବରେ ସହରିଆ ଅଞ୍ଚଳରେ ଆକସ୍ମିକ ବନ୍ୟାର ପରିସ୍ଥତି ସୃଷ୍ଟି ହେବା ସହ ଦୃଶ୍ୟମାନ ଦୂରତା କମିବ । ଉପକୂଳରେ ମେଘୁଆ ଆକାଶ ସହ ସ୍ଥାନେ ସ୍ଥାନେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । 

ସେହିଭଳି ୨୪ ତାରିଖରେ ବର୍ଷାର ପରିମାଣ କମିବ । ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ପୁଣି ବର୍ଷାର ପରିମାଣ ବଢିବ । ବିଶେଷ କରି ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ସେପଟେ ଓ୍ବେଲମାର୍କ ଲୋପ୍ରେସରର ପ୍ରଭାବରେ ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗର ପବନ ବହିବା ସମ୍ଭାବନା ଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି । 

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।