ମୋ ଟିଭି ଓଡିଶା / ଭୁବନେଶ୍ୱର :
ଆସନ୍ତା ୩୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଘୂର୍ଣ୍ଣିବଳୟ ଯୋଗୁ ଅଗଷ୍ଟ ୩ ତାରିଖ ଯାଏ ପ୍ରବଳ ବର୍ଷା ହେବ। ବିଶେଷକରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ବର୍ଷା ନେଇ ୬ଟି ଜିଲାକୁ ହଳଦିଆ ସତର୍କତା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଯାଜପୁର। ଏସବୁ ଜିଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ୩୧ ତାରିଖରେ ଛତିଶଗଡ଼ ସମେତ ଓଡ଼ିଶାରେ ୧୬ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ୧୧ ଜିଲାରେ ୨୦ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ଘୂର୍ଣ୍ଣିବଳୟ ଯୋଗୁ ନିଅଣ୍ଟିଆ ବର୍ଷା ଭରଣ ହୋଇପାରିବ ବୋଲି ଆଶା କରାଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।