ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ l ଆଜି ମଧ୍ୟାହ୍ନରେ ପୁରୀ ଉପକୁଳ ଅତିକ୍ରମ କରିବାର ସମ୍ଭାବନା ରହିଛି lଏହି ପରିପ୍ରେକ୍ଷୀରେ ଓଡିଶା ଉପକୂଳରେ ସମ୍ଭାବ୍ୟ ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ପ୍ରସ୍ତୁତି ରହିବାକୁ ନିର୍ଦ୍ଦେଶ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।
ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଦୃଷ୍ଟିରୁ ପୁରୀ , ଜଗତସିଂହପୁର, ଖୋର୍ଦ୍ଧା, କଟକ, ଢେଙ୍କାନାଳ ଜିଲ୍ଲାକୁ ପ୍ରସ୍ତୁତି ସହ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆହୁରି ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ ଜିଲ୍ଲାକୁ ପ୍ରସ୍ତୁତି ପାଇଁ ସଜାଗ କରାଯାଇଛି। ଏ ସଂପର୍କରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ଅବଗତ କରାଯାଇଛି। ସମ୍ଭାବ୍ୟ ଲଗାଣ ବର୍ଷା ଫଳରେ ବିଭିନ୍ନ ତଳିଆ ଅଂଚଳରେ ବର୍ଷା ଜମି ରହିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯିବା, ଆବଶ୍ୟକସ୍ଥଳେ ଅତ୍ୟଧିକ ବର୍ଷା ହେଲେ ତଳିଆ ଅଂଚଳ ଲୋକଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷେତ୍ରସ୍ତରରେ ଥିବା ଯନ୍ତ୍ରୀମାନଙ୍କୁ ନଦୀ ବନ୍ଧ ପ୍ରତି ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି। ମହାନଗର ନିଗମ ଓ ପୌରାଂଚଳ କର୍ତ୍ତୃପକ୍ଷମାନଙ୍କୁ ଡ୍ରେନେଜ ସମସ୍ୟା ଉପୁଜିଲେ ତୁରନ୍ତ ପ୍ରତିକାର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଗ୍ନିଶମ ସେବା ବିଭାଗ ଏବଂ ଓଡ୍ରାଫ୍ ମୁତୟନ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।