January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୨୩ରୁ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ମୋ ଟିଭି ଓଡିଶା / ଭୁବନେଶ୍ୱର:

ଆସନ୍ତା ୨୩ ତାରିଖ ସୁଦ୍ଧା ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ସମ୍ଭବତଃ ମିଆଁମାର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୪୮ ଘଣ୍ଟା ମଧ୍ୟରେ ପାରାଦ୍ବୀପ ପାଖାପାଖି ଓଡ଼ିଶା ଉପକୂଳରେ ପହଞ୍ଚିବ। ପରବର୍ତ୍ତୀ ୧୨ରୁ ୨୪ ଘଣ୍ଟା ମଧ୍ୟରେ ପ୍ରାୟତଃ ସମ୍ବଲପୁର ଦେଇ ଛତିଶଗଡ ଓ ମଧ୍ୟପ୍ରଦେଶ ଆଡକୁ ମୁହାଁଇପାରେ। ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେଲେ ସମୁଦ୍ରରେ ଅଧିକ ୨୪ ଘଣ୍ଟା ରହିବା ସମ୍ଭାବନା ରହିଛି। ଏହାଦ୍ବାରା ରାଜ୍ୟରେ ୨୩ରୁ ବର୍ଷା ଆରମ୍ଭ ହୋଇ ୪୮ଘଣ୍ଟା ବର୍ଷିପାରେ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି।ଗତ ୨୪ ଘଣ୍ଟାରେ କଟକ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, ଖୋର୍ଦ୍ଧା, କଳାହାଣ୍ଡି ଏବଂ ରାୟଗଡା ଜିଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇଛି।

ଗୁରୁବାର କଟକ, ଭୁବନେଶ୍ବର, ଗୋପାଳପୁର, ପାରଳାଖେମୁଣ୍ଡିରେ ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୨ ତାରିଖରୁ ଦୁଇଦିନ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।