ଆଜିଠୁ ରାଜ୍ୟରେ ପୁଣି ବର୍ଷା। ଦୁଇ ଦିନ ଧରି ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ରାଜ୍ୟର ୭ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି । କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲାରେ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୫ ତାରିଖରେ ୧୧ ଜିଲ୍ଲାରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ଏହା ଆସନ୍ତାକାଲିରେ ପଶ୍ଚିମ-ଦକ୍ଷିଣ ପଶ୍ଚିମ ମୁହାଁ ହେବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବା ସମ୍ଭାବନା ରହିଛି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।