MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆହୁରି ୨୪ ଘଣ୍ଟା ବର୍ଷା, ୮ ଜିଲ୍ଲାରେ ବର୍ଷିବ

ଦକ୍ଷିଣ ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ । ଯାହା ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ । ଯଦିଓ ଲଘୁଚାପର ସିଧାସଳଖ ପ୍ରଭାବ ରାଜ୍ୟରେ ରହିବ ନାହିଁ, କିନ୍ତୁ ରାଜ୍ୟକୁ ପବନର ଗତି ପରିବର୍ତ୍ତନ ଯୋଗୁଁ ବଙ୍ଗୋପସାଗରରୁ ଜଳୀୟବାଷ୍ପ ବାୟୁ ରାଜ୍ୟ ମଧ୍ୟରେ ପ୍ରବେଶ କରୁଛି । ଯାହାର ପ୍ରଭାବରେ ଆଜି ପାଗ ମେଘୁଆ ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପରିଲକ୍ଷିତ ହେବ । ଆଜି ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ହାଲୁକା ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । 

ପଶ୍ଚିମାଝଡ଼ ପ୍ରଭାବରେ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ରାଜ୍ୟର ଉପକୂଳରୁ ଆରମ୍ଭ ଆଭ୍ୟନ୍ତରୀଣ ଅଞ୍ଚଳ ପର୍ଯ୍ୟନ୍ତ ବର୍ଷାରେ ଭିଜୁଛି । ଏହା ସହ ସାରା ରାଜ୍ୟରେ ପାଗ କୋହଲା ରହିଛି । ଆହୁରି ଗୋଟିଏ ଦିନ ଏଭଳି ପାଗ ରହିବ । ସେହିପରି ଆଜି ଓଡ଼ିଶାର ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାକୁ ୱାର୍ଣ୍ଣଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଉଛି ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ହାଲୁକା ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।