MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଦିଲ୍ଲୀରେ ରେକର୍ଡ଼ ଭାଙ୍ଗିଲା ବର୍ଷା।

୧୦୧ ବର୍ଷ ପରେ ଗୋଟିଏ ଦିନରେ ହୋଇଛି ସର୍ବାଧିକ ବର୍ଷା। ଶନିବାର ସକାଳ ସାଢେ ୮ଟା ମଧ୍ୟରେ ଦିଲ୍ଲୀରେ ୪୧ ଦଶମିକ ୨ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ଯାହାକି ପୂର୍ବରୁ ହୋଇଥିବା ବର୍ଷା ତୁଳନାରେ ବହୁତ ଅଧିକ। ପୂର୍ବରୁ ୧୯୨୩ ମସିହା ଡିସେମ୍ବର ୩ ତାରିଖରେ ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୭୫ ଦଶମିକ ୭ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା ।

ସେହିପରି ୧୯୦୧ ମସିହା ପରେ ଦିଲ୍ଲୀରେ ଡିସେମ୍ବର ମାସରେ ପଞ୍ଚମ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିଲେ ମଧ୍ୟ ବାୟୁ ପୂଦୂଷଣ କମିଯାଇଛି । ଦିଲ୍ଲୀରେ ଏକ୍ୟୁଆଇ ଏବେ ୧୫୨କୁ ଖସିଆସିଛି । ସେପଟେ ପ୍ରବଳ ଶୀତ ମଧ୍ୟରେ ଦିଲ୍ଲୀରେ ପ୍ରବଳ ବର୍ଷା ହୋଇଛି। କେବଳ ଦିଲ୍ଲୀ ନୁହେଁ ଜମ୍ମୁ କାଶ୍ମୀରଠୁ ନେଇ ପଞ୍ଜାବ, ରାଜସ୍ଥାନ, ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି।

ମୋ ଟିଭି ଓଡିଶା, ନୂଆଦିଲ୍ଲୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।