MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଉନ୍ମୋଚିତ ହେଲା ସୁଭଦ୍ରା ଯୋଜନାର ୱେବ ପୋର୍ଟାଲ…..

ମୋ ଟିଭି ଓଡିଶା / ଭୁବନେଶ୍ୱର : ଉନ୍ମୋଚିତ ହେଲା”ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲ। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଏହି “ସୁଭଦ୍ରା” ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରାଯାଇଛି। ପୋର୍ଟାଲ ଲଂଚ ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ପୋର୍ଟାଲ୍ ଟି www.subhadra.odisha.gov.in ଏହି ପୋର୍ଟାଲ୍ ଛଡା ଆଉ କୌଣସି ନକଲି ୱେବସାଇଟ ଦ୍ବାରା ଭ୍ରମିତ ହୁଅନ୍ତୁ ନାହିଁ । ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି । ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ। ଆଉ କିଛି ଜାଣିବାକୁ ହେଲେ ଆପଣ ଟୋଲ ଫ୍ରି ନମ୍ବର -୧୪୬୭୮ ରେ କଲ କରିବେ ।

ଏହି ଟୋଲ ଫ୍ରି ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ। ଏହି ଫର୍ମ ସମ୍ପୂର୍ଣ ମାଗଣାରେ ଯଥେଷ୍ଟ ପରିମାଣରେ ଉପଲବ୍ଧ ରହିବ । ପୂରଣ ହୋଇଥିବା ଫର୍ମ ସହିତ ଅବେଦନ‌କାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ । ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ଦାଖଲ ଆରମ୍ଭ କରାଯିବ । ଏହି ଫର୍ମ ଦାଖଲ ସମ୍ପୂର୍ଣ ମାଗଣା ହେବ। ସରକାରଙ୍କ ଅନୁମୋଦନ କ୍ରମେ ଚଳିତ ବର୍ଷର ରାକ୍ଷୀ ପୁର୍ଣ୍ଣିମା କିସ୍ତି ସେପ୍ଟେମ୍ବର ୧୭ ତାରିଖ ଦିନ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଦେବା ଆରମ୍ଭ କରାଯିବ ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିଲା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।