February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କିଏ କେଉଁଠି କରିବେ ପତାକା ଉତ୍ତୋଳନ?

ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ଏକ ଅତିଥି ତାଲିକା ପ୍ରକାଶ ପାଇଛି । ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ ହରିବାବୁ କମ୍ଭମପତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ପୁରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଖୋର୍ଦ୍ଧାରେ ପତାକା ଉତ୍ତୋଳନ କରିବେ।


ସେହିପରି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ସୁନ୍ଦରଗଡ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୁବର୍ନପୁର, ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କୋରାପୁଟ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଜଗତସିଂହପୁର, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯାଜପୁର, ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ରାୟଗଡା, ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ଗଜପତି, କୃଷ୍ଣଚନ୍ଦ୍ର ମହାପାତ୍ର ବାଲେଶ୍ୱର, ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କେନ୍ଦୁଝର, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ନୂଆପଡା, ହସ୍ତତନ୍ତ ଏବଂ ବୟନଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଢେଙ୍କାନାଳ, ମତ୍ସ୍ୟ ଏବଂ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ ମାଲକାନଗିରି, ଶିଳ୍ପ ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ନୟାଗଡରେ ପତାକା ଉତ୍ତୋଳନ କରିବେ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।