ମୋ ଟିଭି ଓଡିଶା / କଳାହାଣ୍ଡି : ୦୮/୦୭
କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ବେହେରାଗୁଡା ଗ୍ରାମର ଡ଼ବୃ ପୋଢ଼ଙ୍କ ସ୍ତ୍ରୀ ନୃପତି ପୋଢ଼(୫୫) ସୋମବାର ସକାଳୁ ନିଜ ଚାଷ ଜମିରେ ଥିବା ଏକ କୂଅ (ଚହଲା) ରେ ଗାଧେଇଵା ସମୟରେ କୂଅରେ ପଡି ମୃତ୍ୟୁ ହୋଇଥିବା ଜଣାପଡିଛି। ସେହି ରାସ୍ତା ଦେଇ ଯାଉଥିବା କିଛି ଲୋକଙ୍କ ନଜରରେ ଘଟଣା ପଡିବା ପରେ ପରିବାର ଲୋକଙ୍କୁ ଖବର ଦେଇଥିଲେ।

ପରିବାର ଲୋକେ ଏନେଇ କୋକସରା ପୋଲିସକୁ ସୂଚନା ଦେଇଥିଲେ। ପରେ କୋକସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ କର୍ମଚାରୀଙ୍କ ସହାୟତା ରେ କୂଅ ରୁ ମୃତ ମହିଳାଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।