MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାରହା ଆକ୍ରମଣରେ ମହିଳା ମୃତ


ବାଲିଗୁଡା: (ସଞ୍ଜୟ କୁମାର ପାଣିଗ୍ରାହୀ): ବାରହା ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଛି। ମହିଳା ଜଣକ ବାଲିଗୁଡା ଥାନା ଆଡିମାହା ପଞ୍ଚାୟତ ଗଡିପଦର ଗ୍ରାମର କବିତା ମଲ୍ଲିକ ବୋଲି ଜଣାପଡିଛି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁସାରେ, କବିତା ମଙ୍ଗଳବାର ଅପରାହ୍ନରେ ଶୌଚ ପାଇଁ ଗାଁ ନିକଟ ନାଳକୁ ଯାଇଥିଲେ। ଏହି ସମୟରେ ହଠାତ୍ ଏକ ବାରହା ଜଙ୍ଗଲ ଭିତରୁ ବାହାରି ଆସି ତାଙ୍କୁ ଆକ୍ରମଣ କରିଥିଲା। ଫଳରେ କବିତାଙ୍କ ଶରୀରର ଅନେକ ସ୍ଥାନରେ ଗଭୀର କ୍ଷତ ହୋଇଥିଲା। ପରେ ଘର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ନେଇ ବାଲିଗୁଡା ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଚିକିତ୍ସା ସମ୍ଭବ ନ ହେବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତିର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏନେଇ କବିତାଙ୍କ ସ୍ବାମୀ ଜହନ ମଲ୍ଲିକ ଫୁଲବାଣୀ ଟାଉନ ଥାନାରେ ଏତଲା ଦେଇଛନ୍ତି। ଏତାଲା ଆଧାରରେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଥିବା ଏଏସଆଇ ବାଳକୃଷ୍ଣ ସ୍ବାଇଁ ସୂଚନା ଦେଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।