କନ୍ଧମାଳ :(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):
ଟ୍ରାନ୍ସଫର୍ମର ମରାମତି କାମ କରୁଥିବା ବେଳେ ଜଣେ ବିଦ୍ୟୁତ ବିଭାଗ କର୍ମଚାରୀ ଗୁରୁତର ହୋଇଛନ୍ତି। ତାଙ୍କୁ ବିଦ୍ୟୁତ୍ ଆଘାତ ଲାଗିଛି। ଆହତ କର୍ମଚାରୀ ଜଣକ କନ୍ଧମାଳ ଜିଲ୍ଲା ଫୁଲବାଣୀ ଡାକପାଲା ଅଞ୍ଚଳର ସମରେନ୍ଦ୍ର ଘଟାଲ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ସୋମବାର ସକାଳେ ଫୁଲବାଣୀ କୋର୍ଟ ଛକ ନିକଟରେ ଥିବା ଏକ ବିଦ୍ୟୁତ ଟ୍ରାନ୍ସଫର୍ମର ମରାମତି କାମ ଚାଲିଥିଲା। ଏଥିରେ ନିୟୋଜିତ ଥୂବା ବିଦ୍ୟୁତ କର୍ମଚାରୀ ସମରେନ୍ଦ୍ର ହଠାତ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ସଙ୍କଟାପନ୍ନ ଥୂବାରୁ ତାଙ୍କୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି l
More Stories
ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ।
ଆମପାଣି ସରକାରୀ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ପାଳିତ।
୨୭ ତମ ବାର୍ଷିକ ଉତ୍ସବ ଓ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ : ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ