ବାଲିଗୁଡା :(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):
କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ର ନୂଆସାହି ପ୍ରାଥମିକ ବିଦ୍ୟାଳୟ ତରଫରୁ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି l
ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଙ୍କ ନେତୃତ୍ୱରେ ବିଦ୍ୟାଳୟ ପରିସରରୁ ଏକ ଶୋଭାଯାତ୍ରା ବାହାରି ଛାତ୍ର ଛାତ୍ରୀ ମାନେ ଏଡ଼ସ ସମ୍ପର୍କିତ ପ୍ଲା କାର୍ଡ ଧରି ବିଭିନ୍ନ ସ୍ଲୋଗାନ ମାନ ଦେଇ ସମଗ୍ର ଗ୍ରାମ ପରିକ୍ରମା କରି ସଚେତନ କରାଇଥିଲେ l ପରେପରେ ବିଦ୍ୟାଳୟ ପରିସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା l
ଏଥିରେ ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ଙ୍କ ସମେତ ସହକାରୀ ଶିକ୍ଷୟତ୍ରୀ କିମନ୍ତି ମଳିକ ଓ ସରୋଜିନୀ ମଳିକ ଓ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ଗ୍ରାମବାସୀ ଉପସ୍ଥିତ ଥିଲେ l ଶେଷରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ମିଷ୍ଟାନ ବଣ୍ଟନ କରାଯଇଥିଲା l
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।