MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଙ୍ଗୋପସାଗରରେ ଆସୁଛି ବଡ ଲଘୁଚାପ! ଏହି ସବୁ ଜିଲ୍ଲାରେ ଛେଚିବ ବର୍ଷା

ମୋ ଟିଭି ଓଡିଶା ବ୍ୟୁରୋ :

ଆସୁଛି ଆଉ ଏକ ଲଘୁଚାପ । ଜୁଲାଇ ୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ୭ ତାରିଖରୁ ପୁଣି ବଢ଼ିବ ବର୍ଷାର ପରିମାଣ । ଏଭଳି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ସେପଟେ ବର୍ତ୍ତମାନ ଯେଉଁ ଲଘୁଚାପ ସକ୍ରିୟ ରହିଛି ତାର ପ୍ରଭାବରେ ଆହୁରି ୨୪ ଘଣ୍ଟା ହେବ ବର୍ଷା। ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ।

ଆସୁଛି ଆଉ ଏକ ଲଘୁଚାପ । ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁଙ୍କ କହିବା ଅନୁଯାୟୀ, ଜୁଲାଇ ୬ ତାରିଖ ବେଳକୁ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଜୁଲାଇ ୭ ତାରିଖରୁ ରାଜ୍ୟରେ ଭଲ ବର୍ଷା ହେବ । ଏବେ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ଥିବା ସତ୍ତ୍ୱେ ପଶ୍ଚିମ ଦିଗରୁ ରାଜ୍ୟକୁ ପବନ ପ୍ରବେଶ କରୁଛି । ଫଳରେ ବଙ୍ଗୋପସାଗରରୁ ଯେତିକି ପରିମାଣର ଜଳୀୟବାସ୍ପ ଆସିବା କଥା ଆସି ପାରୁନାହିଁ। ତେଣୁ ଯେତିକି ବର୍ଷା ହେବା କଥା ତାଠାରୁ କମ୍ ବର୍ଷା ହେଉଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦୁଇ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ। ମୟୂରଭଂଜ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତାସହ ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ରହିଛି । ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ।

ଏହାର ପ୍ରଭାବରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସମୁଦ୍ର ଅଶାନ୍ତ ଥିବାରୁ ୩ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ୧ ତାରିଖରୁ ରାଜ୍ୟରେ କମିବ ବର୍ଷାର ପରିମାଣ । ଏହା ପରେ ୪ ରୁ ପୁଣି ବଢ଼ିବ। ଅନ୍ୟପଟେ ଜୁନ ୧ ତାରିଖରୁ ଏପର୍ଯ୍ୟନ୍ତ ରାଜ୍ୟରେ ୩୦ ପ୍ରତିଶତ କମ୍ ବର୍ଷା ରହିଛି। ୨ ଜିଲ୍ଲାରେ ସର୍ବାଧିକ ନିଅଣ୍ଟିଆ ବର୍ଷା ଏବେ ବି ରହିଥିବାବେଳେ ୧୬ ଜିଲ୍ଲାରେ ସ୍ୱାଭାବିକରୁ କମ୍ ଓ ୧୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି। କେବଳ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।